ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖୀ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ ଭୀଷଣ ବଜ୍ରପାତ ହେବାର ଆଶଙ୍କା କରାଯାଉଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ସତର୍କ ଜାରି ହୋଇଥଇବା ଜିଲ୍ଲା ହେଲେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ଓ ସୁନ୍ଦରଗଡ଼। ରାତି ୯ଟା ଯାଏଁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

Comment