ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖି ପ୍ରଭାବରୁ ମଙ୍ଗଳବାର ରାଜ୍ୟରେ ଝଡ଼ବର୍ଷା ସାଙ୍ଗକୁ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ସତର୍କ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି।

ସୂଚନା ମୂତାବିକ, ସନ୍ଧ୍ୟା ୭.୩୦ ପର୍ଯ୍ୟନ୍ତ ରାଜ୍ୟର ଏହିସବୁ ସ୍ଥାନଗୁଡ଼ିକରେ ବର୍ଷା ହେବା ସହ ଭୀଷଣ ବଜ୍ରପାତ ହେବ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରିଛି। ତେବେ ଏହି ସମୟରେ ଲୋକମାନଙ୍କୁ ଘରୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ କରିଛି।

Comment