ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜୁନ୍‌ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ।

ଆସନ୍ତା ଜୁନ୍‌ ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ପୂର୍ବରୁ +୨ ବିଜ୍ଞାନ ଫଳ ପ୍ରକାଶ ପାଇସାରିଥିବା ବେଳେ ଅନ୍ୟ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଛି। ତେବେ ଆସନ୍ତା ୨୧ ତାରିଖ ଅପରାହ୍‌ଣ ସାଢ଼େ ୩ଟାରେ +୨ କଳା ଓ ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।

ଗତ ମାର୍ଚ୍ଚ ୭ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଏହି ପରୀକ୍ଷାରେ କଳା ବିଭାଗରେ ୨ଲକ୍ଷ ୩୫ହଜାର ୧୮୩ ଜଣ ଛାତ୍ର ପାରକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୬,୨୭୮ ଜଣ  ଓ ଧନ୍ଦାମୂଳକ ପରୀକ୍ଷାରେ ୮ ହଜାର ୫୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Comment