ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶା ଦେଇ ରାଜ୍ୟରେ ପ୍ରବେଶ କରିବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବାପରେ ସାରା ଓଡ଼ିଶାରେ ପ୍ରବାହିତ ହେବ ମୌସୁମୀ। ମୌସୁମୀ ଲଘୁଚାପକୁ ସାଙ୍ଗରେ ନେଇ ଓଡ଼ିଶାରେ ପ୍ରବେଶ କରିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେବେ ଏହି ଲଘୁଚାପ ଜରିଆରେ ହିଁ ଓଡ଼ିଶାକୁ ମୌସୁମୀ ଆସୁଛି। ତେବେ ଏହା ପୂର୍ବରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

ଲଘୁଚାପ ପ୍ରଭାବରୁ ଆସନ୍ତାକାଲିଠାରୁ ଓଡ଼ିଶାର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଯାଜପୁର, ନୟାଗଡ଼ ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comment