ଓଡ଼ିଶାଲାଇଭ ବ୍ୟୁରୋ

ଗୁରୁବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ଝିପ୍ ଝିପ୍ ବର୍ଷା ହୋଇଛି। ଅନ୍ୟ କିଛି ଜିଲ୍ଲାରେ ଭାରି ବର୍ଷା ସହ ବତ୍ରପାତ ହେବାର ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେଥିଲାଗି ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ଅନୁଗୋଳ, କଟକ, ନୟାଗଡ ଓ ପୁରୀ ।  ଦିନ ୧୨ଟା ୩୦ ଯାଏଁ ସତର୍କ ରହିବାକୁ ଏହି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।

Comment