ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗର (ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଅନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଯାହାଫଳରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ଲାଗି ରହିଛି।

ଏକ ସପ୍ତାହ ବିଳମ୍ବରେ ମୌସୁମୀ ଓଡ଼ିଶା ଛୁଇଁଛି।

Comment