ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଓଡ଼ିଶା ଛୁଇଁବ ମୌସୁମୀ। ଓଡ଼ିଶା ନିକଟତର ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପାଣିପାଗ କର୍ତ୍ତୃପକ୍ଷଙ୍କ କହିବା ଅନୁସାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତି ଅଞ୍ଚଳମାନଙ୍କରେ ବର୍ଷା ଲାଗି ରହିବ।

Comment