ଓଡ଼ିଶାଲାଇଭ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ଫଳରେ ବର୍ଷାର ପରିମାଣ ବଢ଼ିପାରେ। କାରଣ ଆହୁରି ୨ ଦିନ ଲଘୁଚାପର ପ୍ରଭାବ ରହିବ।

ଏହା ପ୍ରଭାବରେ ଉପକୂଳ, ଉତ୍ତର, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଝାରସୁଗଡ଼ା, ଦେବଗଡ଼, ସମ୍ବଲପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏଥିସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Comment