ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ଜଗତସିଂହପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ପ୍ଲାଷ୍ଟିକ ପାର୍କ। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡିଭି ସଦାନନ୍ଦ ଗୌଡ଼ା।

ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତର ପ୍ରଦାନ କରି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଗୌଡା କହିଥିଲେ ଯେ ଦେଶବ୍ୟାପୀ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି।

ପ୍ରଥମ ଦଫାରେ ଆସାମର ତିନସୁକିଆ, ମଧ୍ୟପ୍ରଦେଶର ରାଇସେନ, ଓଡିଶାର ଜଗତସିଂହପୁର ଓ ତାମିଲନାଡୁର ଥିରୁଭଲ୍ଲୁରଠାରେ ୨୦୧୯-୨୦ ମଧ୍ୟରେ ଏହି ପାର୍କ ପ୍ରତିଷ୍ଠା କରାଯିବା ପାଇଁ ଅନୁମୋଦନ କରାଯାଇଛି।

ଦ୍ୱିତୀୟ ଦଫାରେ ଝାଡଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ହରିୟାଣା, ଗୁଜରାଟ, ଛତିଶଗଡ, ପଞ୍ଜାବ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ମଣିପୁର, ଜମ୍ମୁ କାଶ୍ମୀର ଏବଂ ରାଜସ୍ଥାନରେ ଏହି ପାର୍କ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଆବଶ୍ୟକ ଯୋଗ୍ୟତା ଏବଂ ଡିପିଆରଏସ ସମାପ୍ତି ଆଧାରରେ ଝାଡଖଣ୍ଡର ଦେଓଗଡ ଏବଂ ମଧ୍ୟପ୍ରଦେଶର ବିଲାଉଆଠାରେ ୨୦୧୮-୧୯ରେ ଦୁଇଟି ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା ପାଇଁ ଚୂଡାନ୍ତ ମଞ୍ଜୁରି ପ୍ରଦାନ କରାଯାଇଥିଲା।

ଏହି ଯୋଜନା ଫଳରେ ଅଭିନବ ପ୍ରକ୍ରିୟା ମାଧ୍ୟମରେ ବର୍ଯ୍ୟ ପରିଚାଳନା ଏବଂ ପୁନଃଚକ୍ରଣ ଆଦି କରାଯାଇ ପରିବେଶର ସ୍ଥାୟୀ ସୁରକ୍ଷା କରାଯାଇ ପାରିବ।

Comment