ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖି ପ୍ରଭାବରୁ ବୁଧବାର ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ପାଣିପାଗ କେନ୍ଦ୍ର ବରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ସନ୍ଧ୍ୟା ୭ଟା ଯାଏଁ ଏହି ସବୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘରୁ ବାହାରକୁ ନଯିବା ପାଇଁ ପାଣିକାଗ କେନ୍ଦ୍ର ପରାମର୍ଶ କରିଛି।

Comment