ଓଡ଼ିଶାଲାଇଭ୍ ବ୍ୟୁରୋ

ମୌସୁମୀ ଆରମ୍ଭରୁ ହିଁ ରାଜ୍ୟରେ ଏତେଟା ବର୍ଷା ହୋଇ ନଥିଲା। ସାରା ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ଜାରି ରହିଛି। ପ୍ରବଳ ଗୁଳୁଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଜୁନ୍ ପ୍ରଥମ ସପ୍ତାହରୁ ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଜୁନ୍ ୩୦ ତାରିଖ ପରେ ଲଘୁଚାପ ପ୍ରଭାବରେ ରାଜ୍ୟର ଉପକୂଳ ଜିଲ୍ଲାମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଆସନ୍ତା ଦୁଇ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଜୁନ୍ ୩୦ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment