ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ରାଜ୍ୟସଭାକୁ ୩ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଏବଂ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ରିଟର୍ଣ୍ଣିଂ ଅଫିସର ସୂଚନା ଦେଇଛନ୍ତି।

ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ଜୁଲାଇ ୫ରେ ନିର୍ବାଚନ ହେବାର ଥିଲା। ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଏବଂ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଗତ ୨୬ରେ ପ୍ରାର୍ଥିପତ୍ର ଯାଞ୍ଚ ହୋଇଥିଲା।

ନିର୍ଦ୍ଧାରିତ ତାରିଖ ସୁଦ୍ଧା ଏହି ୩ ଆସନରେ କୌଣସି ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ ନକରିବାରୁ ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି।

Comment