ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୩ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ଵର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡାଡ଼ା, ବରଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ତରଫରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ତେବେ ଏହି ଲଘୁଚାପ ମାଧ୍ୟମରେ ବର୍ଷା ରାଜ୍ୟରେ ହେବାର ଆଶା ରହିଛି।

Comment