ଓଡ଼ିଶାଲାଇଭ ବ୍ୟୁରୋ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ପୂର୍ବନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୪୮ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବ। ଫଳରେ ୧୫ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବ।

ଏହି ଜଇ୍ଲାଗୁଡ଼ିକ ହେଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ମାଲକାନଗିରି, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

୨ ତାରିଖ ଯାଏଁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Comment