ଓଡ଼ିଶାଲାଇଭ୍ ବ୍ୟୁରୋ

ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର।

ଆଜି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ

ଜୁଲାଇ ୪ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଜି ନବଯୌବନ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜୀଉଙ୍କର ଏହି ନବ ଯୌବନ ଦର୍ଶନ ପାଇଁ କାହିଁ କେଉଁ ସ୍ଥାନରୁ ଦର୍ଶକଙ୍କ ସୁଅ ଛୁଟିଛି ପୁରୀକୁ। ସେପଟେ ଘୋଷଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ଆଜି ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବ। ଏହାପରେ ତିନି ରଥକୁ ରଥଖଳାରୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ।

ଆହୁରି ଦିନେ ବର୍ଷିବ, ୮ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ

ଦୁଇ ଦିନ ହେବ ରାଜ୍ୟରେ ଲାଗି ରହିଛି ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ବର୍ଷା ଲାଗି ରହିଛି। ଆସନ୍ତାକାଲି ଯାଏଁ ଉପକୂଳ ଓଡ଼ିଶା ସମେତ ସବୁ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।

Comment