ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପାଠ୍ୟକ୍ରମ ପାଇଁ ନାମଲେଖା ପ୍ରକ୍ରିୟା। ମଙ୍ଗଳବାର ପ୍ରକାଶ ପାଇଥିବା ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଆସନ୍ତା ଜୁଲାଇ ୩ରୁ ୬ ତାରିଖ ମଧ୍ୟରେ ନାମ ଲେଖାଇବେ। ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ୩ ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୩ ହଜାର ୫୭୩ ଜଣ ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ କଳାରେ ୨ଲକ୍ଷ ୧୯ହଜାର୧୦ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ସେହିଭଳି ବିଜ୍ଞାନରେ ୮୧ହଜାର ୧୯୭ଜଣ, ବାଣିଜ୍ୟରେ ୨୨ହଜାର ୩୭୫ଜଣ ମନୋନୀତ ହୋଇଛନ୍ତି। ଏଥିସହିତ ସଂସ୍କୃତରେ ୬ହଜାର ୩୧୯ଜଣ ଏବଂ ଧନ୍ଦାମୂଳକ ଶିକ୍ଷା ପାଇଁ ୪ହଜାର ୬୯୦ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି।

ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଜୁଲାଇ ୧୨ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୧୨ ରୁ ୧୬ ତାରିଖ ମଧ୍ୟରେ ନାମଲେଖା ହେବ। ଜୁଲାଇ ୨୪ରୁ ଯୁକ୍ତ ଦୁଇର କ୍ଲାସ୍ ଆରମ୍ଭ ହେବ।

Comment