ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ଏହି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାନିଂ ଜାରି କରାଯାଇଛି।

ଏହି ୫ଟି ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବୁଧବାର ଅପରାହ୍‌ଣରୁ ପାଗରେ ପରିବର୍ତ୍ତନ ଦେଖାଦେବ। ଜୁଲାଇ ୫ ଯାଏଁ ପାଗ ଶୁଖିଲା ରହିବ। ଏବଂ ୬ ତାରିଖରୁ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି।

Comment