ଓଡ଼ିଶାଲାଇଭ୍ ବ୍ୟୁରୋ

ରତ୍ନ ସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି କାଳିଆ ଠାକୁର। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି।

ଘଣ୍ଟ ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି। ଏଥିରୁ ବାଦ୍ ପଡ଼ି ନାହାନ୍ତି ରାଜନେତା। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ପୁରୀରେ ପହଞ୍ଚିଛନ୍ତି।

ଏହାସହ ବିଜେଡିର ବିଧାୟକମାନେ ମଧ୍ୟ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ପହଞ୍ଚିଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଦର୍ଶନ ପାଇଁ ପୁରୀରେ ପହଞ୍ଚି ସାରିଛନ୍ତି।

ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚି ଭକ୍ତମାନଙ୍କୁ ଜଳ ଦାନ କରିଥିଲେ।

Comment