ଓଡ଼ିଶାଲାଇଭ ବ୍ୟୁରୋ

ଜଗତର ନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ବିଶ୍ୱର ଜଗନ୍ନାଥ ଭକ୍ତଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମହାପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ କରି ରଥଯାତ୍ରାର ଅଭିନନ୍ଦନ ଜଣାଇଛନ୍ତି।

Comment