ଓଡ଼ିଶାଲାଇଭ୍ ବ୍ୟୁରୋ

ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର।

ଆଜି ପବିତ୍ର ଶ୍ରୀଗୁଣ୍ଡିଚା: ରଥାରୂଢ଼ ହୋଇ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ

ଆଜି ପବିତ୍ର ଶ୍ରୀଗୁଣ୍ଡିଚା। ରଥାରୂଢ଼ ହୋଇ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଭାଇଭଉଣୀଙ୍କ ସାଙ୍ଗରେ ମହାପ୍ରଭୁ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ହରିବୋଲ ଓ ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇପଡ଼ୁଛି। ରତ୍ନସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ କାଳିଆ ଠାକୁର। ଭକ୍ତମାନେ ମହାପ୍ରଭୁଙ୍କୁ ଦେଖିବା ପାଇଁ ବଡ଼ଦାଣ୍ଡରେ ଅନେଇ ବସିଛନ୍ତି।

ଆଜି ସଂସଦରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ

ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଜି ସଂସଦରେ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଏହି ରିପୋର୍ଟ ଉପସ୍ଥାପନ କରିବେ। ଅର୍ଥ ମନ୍ତ୍ରାଳୟର ଆର୍ଥିକ ପରାମର୍ଶଦାତା ପ୍ରତିଥର ଏହି ରିପୋର୍ଟ ପ୍ରସ୍ତୁତ କରିଥାନ୍ତି। ଏଥର ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟମ ରିପୋର୍ଟ ପ୍ରସ୍ତୁତ କରିଛନ୍ତି।

ରଥଯାତ୍ରା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ନବୀନ

ଜଗତର ନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ବିଶ୍ୱର ଜଗନ୍ନାଥ ଭକ୍ତଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Comment