ଓଡ଼ିଶାଲାଇଭ ବ୍ୟୁରୋ

ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜିଉମାନଙ୍କର ପହଣ୍ଡି କିଛି ସମୟ ତଳେ ଆରମ୍ଭ ହୋଇଛି। ସେବାୟତମାନେ ପ୍ରଥମେ ସୁଦର୍ଶନଙ୍କୁ ପହଣ୍ଡି କରି ଆଣୁଛନ୍ତି।

ଆଜି ସକାଳେ ଶ୍ରୀମନ୍ଦିରରେ ବିଭିନ୍ନ ନୀତି ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ ହୋମ କରାଯାଇଛି। ପରେ ପରେ ରଥ ପ୍ରତିଷ୍ଠା କରାଯାଇଥିଲା।

ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଶ୍ରୀଜିଉମାନେ ଆସିଲା ବେଳେ ଧାଡ଼ି ପହଣ୍ଡି କରାଯାଇଥାଏ। ତେଣୁ ସୁଦର୍ଶନଙ୍କ ପରେ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷର ଶ୍ରୀଜଗନ୍ନାଥଙ୍କ ପହଣ୍ଡି କରାଯାଉଛି।

ପହଣ୍ଡିର ଅନ୍ୟତମ ଆକର୍ଷଣ ହେଉଛି ଘଣ୍ଟୁଆମାନଙ୍କ ପାରମ୍ପରିକ ଘଣ୍ଟୁଆ ନାଦ। ତା’ସାଙ୍ଗକୁ ଆଲଟ ଚାମର କରି ଶ୍ରୀଜିଉମାନଙ୍କୁ ୨୨ ପାହାଚ ଦେଇ ରଥକୁ ପହଣ୍ଡି କରି ନିଆଯାଇଥାଏ।

ପୁରୀରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଜୋରଦାର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି ଦଶ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି।

Comment