ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରତୀକ୍ଷାର ଅନ୍ତ ଘଟିଛି। ମହାପ୍ରଭୁ ଜଗନ୍ନାଥଙ୍କ ରଥଟଣା ଆରମ୍ଭ ହୋଇଛି। ବର୍ଷା ପାଣିକୁ ଖାତିର ନକରି ଭକ୍ତମାନେ ନନ୍ଦିଘୋଷ ରଥକୁ ଟାଣିନେଉଛନ୍ତି।

ପ୍ରଭୁ ବଳଭଦ୍ରଙ୍କ ପରେ ରଥ ଗଡ଼ିବା ପରେ ଏବେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥକୁ ଭକ୍ତମାନେ ଟାଣି ନେଉଛନ୍ତି ଗୁଣ୍ଡିଚା ମନ୍ଦିରକୁ।

ରତ୍ନସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି କାଳିଆ ଠାକୁର। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି।

ଘଣ୍ଟ ଓ ହୁଳହୁଳିରେ ପ୍ରକମ୍ପିତ ହୋଇପଡ଼ୁଛି ବଡଦାଣ୍ଡ। ସକାଳୁ ରଥ ପ୍ରତିଷ୍ଠା, ମଙ୍ଗଳାର୍ପଣ ନୀତି ସମାପନ ହେବାପରେ ପହଣ୍ଡି ଆରମ୍ଭ ହୋଇଥିଲା। ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି କାର୍ଯ୍ୟ ଶେଷ ହୋଇଥିଲା।

ପ୍ରଥମେ ସୁଦର୍ଶନଙ୍କୁ ପହଣ୍ଡିକରି ରଥକୁ ଅଣାଯାଇଥିଲା। ପରେ ସୁଭଦ୍ରାଙ୍କୁ ଦେବଦଳନ, ତାଳଧ୍ଵଜ ରଥରେ ବଳଭଦ୍ର ଓ ଜଗନ୍ନାଥଙ୍କୁ ଧାଡି ପହଣ୍ଡିରେ ଅଣାଯାଇ ନନ୍ଦିଘୋଷ ରଥରେ ରଥାରୂଢ କରାଇଥିଲେ ସେବକମାନେ।

ଏହାପରେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ ରଥ ପରିକ୍ରମା କରିଥିଲେ। ନିଜ ସହଯୋଗୀମାନଙ୍କ ସହ ତିନିରଥକୁ ବୁଲି ଆଶୀର୍ବାଦ ଭିକ୍ଷା କରିଥିଲେ ଶଙ୍କରାଚାର୍ଯ୍ୟ।

ତିନିଠାକୁରଙ୍କ ରଥାରୂଢ ପରେ ଆରମ୍ଭ ହୋଇଥିଲା ଗଜପତି ମହାରାଜଙ୍କ ଛେରାପହଁରା ସେବା। ପ୍ରଥମେ ଗଜପତି ମହାରାଜ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିସାରିବା ପରେ ମହାପ୍ରଭୁ ଜଗନ୍ନାଥଙ୍କ ରଥରେ ଛେରାପହଁରା କରିଥିଲେ। ଏହାପରେ ବଳଭଦ୍ର ରଥକୁ ଯାଇ ଛେରାପହଁରା କରିଥିଲେ ଗଜପତି ମହାରାଜା। ଏହାପରେ ତିନି ରଥରେ ଘୋଡ଼ା ଯୋଖା କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

Comment