ଓଡ଼ିଶାଲାଇଭ ବ୍ୟୁରୋ

ଓଡ଼ିଶାର ୧୨ଟି ଜିଲ୍ଲାରେ ଆଜି ସନ୍ଧ୍ୟା ସୁଦ୍ଧା ପ୍ରବଳ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି।

ବାଲେଶ୍ଵର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ଜଗତସିଂହପୁର, ମାଲକାନଗିରି, ମୟୁରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Comment