ଓଡ଼ିଶାଲାଇଭ୍‌ ବ୍ୟୁରୋ

ରତ୍ନସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଚାଲି ଆସିଛନ୍ତି ଭାବର ଠାକୁର। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିଛନ୍ତି କାଳିଆ ସାଆନ୍ତ। ଶରଧା ବାଲିରେ ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ବର୍ତ୍ତମାନ ଆରପ ମଣ୍ଡପକୁ ବିଜେ ହୋଇଛନ୍ତି ତିନି ଠାକୁର।

ଆଜି ଅପରାହ୍‌ଣ ପର୍ଯ୍ୟନ୍ତ ତିନିଠାକୁର ରଥ ଉପରେ ରହିଥିଲେ। ରଥ ଉପରେ ମଙ୍ଗଳ ଆଳତି ଅବକାଶ ନୀତି ଶେଷ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ନିଆଯାଇଛି। ବର୍ତ୍ତମାନ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଛି। ଅସନ୍ତାକାଲିଠାରୁ ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର।

ଅଣସର ଘରେ ୧୫ ଦିନ ରହିବା ପରେ ମଙ୍ଗଳବାର ମହାପ୍ରଭୁ ନବଯୌବନ ବେଶରେ ଦର୍ଶନ ଦେଇଥିଲେ ଭକ୍ତଙ୍କୁ। ରାତି ସାଢ଼େ ୧୧ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ଚାଲିବା ପରେ ରଥଯାତ୍ରା ପାଇଁ ଆରମ୍ଭ ହୋଇଥିଲା ପ୍ରସ୍ତୁତି। ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ହୋଇଥିବାରୁ ତିନି ରଥ ସନ୍ଧ୍ୟା ପୂର୍ବରୁ ଶରଧା ବାଲିରେ ଲାଗିଥିଲା।

Comment