ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ସଂସଦରେ ଉପସ୍ଥାପନ ହେବ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟ୍। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମ ଥର ପାଇଁ ସଂସଦରେ ଉପସ୍ଥାପନ କରିବେ ବଜେଟ୍। ଇନ୍ଦିରା ଗାନ୍ଧିଙ୍କ ପରେ ଦେଶରେ ଜଣେ ମହିଳା ଅର୍ଥମନ୍ତ୍ରୀ ପାର୍ଲାମେଣ୍ଟରେ ବଜେଟ୍ ଉପସ୍ଥାପନ କରିବେ।

ବଜେଟ୍ ପୂର୍ବରୁ ଅର୍ଥନୈତିକ ସର୍ଭେ ରିପୋର୍ଟ ସଂସଦରେ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦିନ ୧୧ଟାରେ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ। ଆଜି ବଜେଟ୍‌ରେ ସୀତାରମଣ ନିଜ ପେଡ଼ିରେ କ’ଣ ରଖିଛନ୍ତି, ତା’ ଉପରେ ସମସ୍ତଙ୍କ ନଜର ରହିଛି।

ଅର୍ଥମନ୍ତ୍ରୀ କେଉଁ ଦିଗ ପ୍ରତି ପାଥମିକତା ଦେଉଛନ୍ତି ତାହା ଦେଖିବାକୁ ବାକି ରହିଲା।

Comment