ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର ମାଓ ପ୍ରବଣ ଅଞ୍ଚଲ ଧମତରୀ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥରେ ୪ ମାଓବାଦୀ ନିପାତ ହୋଇଛନ୍ତି। ମୃତ ମାଓବାଦୀଙ୍କ ନିକଟରୁ ବିପୁଳ ପରିମାଣର ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି। ଏବେ ମଧ୍ୟ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।

ସୂଚନା ଅନୁସାରେ ଶନିବାର ଧମତରୀ ଜିଲ୍ଲା ମେଚକା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ଖବର ପାଇଥିଲେ ସୁରକ୍ଷାକର୍ମୀ। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ମାଓବାଦୀ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଲାଇଥିଲେ। ସୁରକ୍ଷାକର୍ମୀ ଏହାର କଡ଼ା ଜବାବ ଦେଇଥିଲେ।

ନିକଟରେ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ସିଆରପିଏଫର ୩ ଯବାନ ସହିଦ ହୋଇଥିଲେ।

LEAVE A REPLY

Please enter your comment!
Please enter your name here