ଓଡ଼ିଶାଲାଇଭ୍ ବ୍ୟୁରୋ

ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଲାଗି ରହିବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ବର୍ଷା ଜାରି ରହିବ।

କେତେକ ସ୍ଥାନରେ ୧୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ଗଜପତି, କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, କଟକ, ଯାଜପୁର, ଦେବଗଡ଼, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହାସହ ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Comment