ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବ୍ରୋଥା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(ସିଆରୟୁଟି)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ଶନିବାର ଓଡ଼ିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅରୁଣ ବ୍ରୋଥା ହେଉଛନ୍ତି ୧୯୯୬ ମସିହା ବ୍ୟାଚ୍‌ ଆଇପିଏସ୍‌ ଅଫିସର।

ଏହା ପୂର୍ବରୁ ବଲୱନ୍ତ ସିଂହ ସିଆରୟୁଟିର ପାରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ। ଗତ ଜୁନ୍‌ ମାସରେ ବଲୱନ୍ତ ସିଂହ ପୁରୀ ଜିଲ୍ଲାପାଳ ଭାବେ ବଦଳି ହୋଇଛନ୍ତି।

ସେହିପରି ଭୁବନେଶ୍ୱର ମହାନଗର ନିଗମ (ବିଡିଏ) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସିଆରୟୁଟିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

Comment