ଓଡ଼ିଶାଲାଇଭ୍ ବ୍ୟୁରୋ

ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର।

ଆଜି କାଶୀରୁ ବିଜେପି ସଦସ୍ୟତା ଅଭିଯାନ ଆରମ୍ଭ କରିବେ ମୋଦି

ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜିଠୁ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି।  ବିଜେପି ଏଥର ତାଙ୍କ ସଦସ୍ୟ ସଂଖ୍ୟା ୧୧ କୋଟି ରୁ ଅଧିକ ବୃଦ୍ଧି କରି ୨୦ କୋଟିରେ ପହଞ୍ଚାଇବା ପାଇଁ ଲକ୍ଷ ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରଣାସୀରୁ ଆଜି ଅଭଯାନ ଆରମ୍ଭ କରିବେ।

୨ ଦିନ ବଢ଼ିଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇ ଦିନ ବୃଦ୍ଧି ପାଇଛି। ତାରିଖ ବୃଦ୍ଧି ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ପୂର୍ବରୁ ନାମଲେଖା ପାଇଁ ଜୁଲାଇ ୩ରୁ ଜୁଲାଇ ୬ ପର୍ଯ୍ୟନ୍ତ ତାରିଖ ନିର୍ଦ୍ଧାରଣ ହୋଇଥିଲା।

ଆଗାମୀ ୨୪ ଘଣ୍ଟା ଯାଏଁ ବର୍ଷିବ

ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଲାଗି ରହିବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ବର୍ଷା ଜାରି ରହିବ।

ଉଠୁଛି ପଡ଼ୁଛି ଗୁଣ୍ଡିଚା ମନ୍ଦିର, ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ଭାଇ ଭଉଣୀଙ୍କ ସହ ଗୁଣ୍ଡିଚା ମନ୍ଦିର ବିଜେ କରିଛନ୍ତି କାଳିଆ ଠାକୁର। ନଅଦିନ ବ୍ୟାପି ରତ୍ନ ସିଂହାସନ ଛାଡ଼ି ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀକୁ ବୁଲିବାକୁ ଆସିଛନ୍ତି କାଳିଆ ସାଆନ୍ତ। ଏଥିପାଇଁ ଲୋକାରଣ୍ୟ ହୋଇପଡ଼ିଛି ଗୁଣ୍ଡିଚା ମନ୍ଦିର।

Comment