ଓଡ଼ିଶାଲାଇଭ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଏବେବି ଏହାର ପ୍ରଭାବ ରହିଛି। ଫଳରେ ଆସନ୍ତା ୪୮ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣ ବା ଝିପ୍ ଝିପ ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚିଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଜୁଲାଇ ୮ ତାରିଖ ପରେ ବର୍ଷା ପରିମାଣ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Comment