ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାରେ ଲାଗିଛି। ସୋମବାର ସନ୍ଧ୍ୟାରେ ଟୁଇନ୍‌ ସିଟି ସମେତ ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।ଭଦ୍ରକ, ବାଲେଶ୍ୱର, କଟକ, ଦେଓଗଡ଼, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି।

ଏହି ସବୁ ସ୍ଥାନଗୁଡ଼ିକରେ ସନ୍ଧ୍ୟା ୫ଟାରୁ ୭ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘରୁ ବାହାରକୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ କରିଛି।

Comment