ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟ ବିଭିନ୍ନ ସ୍ଥାନରେ ସୋମବାର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବଜ୍ରପାତ ସହ ବର୍ଷା ହେବାର ଆଶଙ୍କା କରାଯାଉଛି।

ସନ୍ଧ୍ୟା ୫ଟା ଯାଏଁ ଏହି ସବୁ ସ୍ଥାନଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘରୁ ବାହାରକୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ କରିଛି।

Comment