ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଜାରି ରହିବ କୋହଲା ପାଗ। ସାରା ରାଜ୍ୟରେ ଏକ ସପ୍ତାହ ଧରି ସ୍ୱଳ୍ପ ବର୍ଷା ଲାଗି ରହିବ। ଆଜି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିନ୍ତୁ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ। ୧୧ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ କୁହାଯାଇଛି।

ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନଗୁଳ, ଢେଙ୍କାନାଳ, କଟକ, ଦେବଗଡ଼, ଯାଜପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସୋବାର ହୀରାକୁଦରେ ୨୫.୭ ମିମି ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୨.୬, କୋରାପୁଟରେ ୧୨.୮ ମିମି ବର୍ଷା ହୋଇଛି

Comment