ଓଡ଼ିଶାଲାଇଭ୍ ବ୍ୟୁରୋ

ଆହୁରି ୪୮ ଘଣ୍ଟା ଯାଏଁ ସାରା ରାଜ୍ୟରେ ଲାଗି ରହିବ ବର୍ଷା। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପୂର୍ବ ଉତ୍ତରପ୍ରଦେଶ ନିକଟରେ ସୃଷ୍ଟ ଲଘୁଚାପ ଯୋଗୁଁ ଆସନ୍ତା ୧୪ ତାରିଖ ଯାଏଁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କିଛି ସ୍ଥାନରେ କାଳବୈଶାଖୀ ମଧ୍ୟ ହୋଇପାରେ।

ଅଧାରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Comment