ଓଡ଼ିଶାଲାଇଭ୍ ବ୍ୟୁରୋ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରା ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ରଥାରୂଢ଼ ତିନି ଠାକୁରଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଶନିବାର (୧୩ ଜୁଲାଇ) ଦିନ ମହାପ୍ରଭୁଙ୍କୁ ସୁନାବେଶ କରାଯିବ। ମହଣ ମହଣ ସୁନା ଗହଣା ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶକୁ ଦେଶ ବିଦେଶର ଦର୍ଶକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ସୋସିଆଲ ଚ୍ୟାନେଲରେ ସିଧାପ୍ରସାରଣ କରାଯିବ।

୧୩ ଜୁଲାଇ ଶନିବାର ଦିନ ଅପରାହ୍‌ଣ ୩ଟାରୁ ଲାଇଭ୍‌ଷ୍ଟ୍ରିମିଂ ଆରମ୍ଭ ହୋଇ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ।

ଓଡ଼ିଶାଲାଇଭ୍ ୟୁଟ୍ୟୁବ୍ ଚ୍ୟାନେଲ (www.youtube.com/odishalive) ଏବଂ ଫେସ୍‌ବୁକ୍‌ ପେଜ୍‌ (www.facebook.com/odishalive) ମାଧ୍ୟମରେ ଲୋକେ ପୁରୀରୁ ମହାପ୍ରଭୁଙ୍କ ସୁନାବେଶର ସମ୍ପୂର୍ଣ୍ଣ ଧାରାବିବରଣୀ ଦେଖି ପାରିବେ।

ସେହିପରି ଅଧରନୀତି ବା ଅଧରପଣାର ଲାଇଭ୍‍ ପ୍ରସାରଣ ୧୪ ଜୁଲାଇ ରବିବାର ସନ୍ଧ୍ୟା ୭ଟାରୁ ହେବ। ଚଳିତ ରଥଯାତ୍ରାର ଶେଷ ପର୍ଯ୍ୟାୟରେ ନିଳାଦ୍ରୀବିଜେ ଅବସରରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଫେରିଯାଇ ରତ୍ନ ସିଂହାସନରେ ବସିବେ। ଜୁଲାଇ ୧୫ ତାରିଖ ସୋମବାର ଦିନ ଦେଶବିଦେଶରେ ଦର୍ଶକମାନେ ଓଡ଼ିଶାଲାଇଭ୍‌ ୟୁଟ୍ୟୁବ୍‌ ଓ ସୋସିଆଲ ଚ୍ୟାନେଲ ମାଧ୍ୟମରେ ପୁରୀରୁ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିପାରିବେ।

ଶ୍ରୀଗୁଣ୍ଡିଚା ଅବସରରେ ଚଳିତବର୍ଷ ୧୨ ଲକ୍ଷରୁ ଅଧିକ ଦର୍ଶକ ଓଡ଼ିଶାଲାଇଭର ୟୁଟ୍ୟୁବ୍‌ ଏବଂ ଫେସ୍‌ବୁକ୍‌ ମାଧ୍ୟମରେ ଶ୍ରୀକ୍ଷେତ୍ରରୁ ରଥଯାତ୍ରାର ସିଧାପ୍ରସାରଣ ଦେଖିଥିଲେ। ବାହୁଡ଼ା ଯାତ୍ରାର ମଧ୍ୟ ସିଧାପ୍ରସାରଣ କରାଯାଇଥିଲା। ଏହା ଓଡ଼ିଶାର ଅଗ୍ରଣୀ ଡିଜିଟାଲ ମିଡିଆ ଓଡ଼ିଶାଲାଇଭକୁ ଏକ ନୂଆ ଉଚ୍ଚତାକୁ ନେଇପାରିଛି।

Comment