ଓଡ଼ିଶାଲାଇଭ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ।

ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେପଟେ ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟରେ ବଡ଼ ବର୍ଷା ହେବାର ନାହିଁ ବୋଲି କହିଛି ପାଣିପାଗ ବିଭାଗ। ୧୬ ତାରିଖ ପରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ।

୧୪ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ସେହିପରି  ୧୫ ତାରିଖ ବେଳକୁ ବର୍ଷା ସାମାନ୍ୟ ବଢ଼ିପାରେ।

Comment