ଓଡ଼ିଶାଲାଇଭ୍ ବ୍ୟୁରୋ

ଆଉ କିଛି ସମୟ ପରେ ବଡ଼ଦାଣ୍ଡରେ ରଥ ଉପରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। 

ଆଜି ଶ୍ରୀଜୀଉଙ୍କ ସୁନାବେଶ। ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ହୋଇ ଝଲସିବେ ମହାପ୍ରଭୁ। ବଡ଼ଦାଣ୍ଡରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବେ ମହାପ୍ରଭୁ।

ସୁନାବେଶ ଲାଗି ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁନାବେଶ ଲାଗି ପୁରୀରେ ୮ରୁ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ଶୃଙ୍ଖଳିତ ଦର୍ଶନ ଓ ସମସ୍ତ ନୀତି ସରିବା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛନ୍ତି।

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ।

ବଡ଼ଦାଣ୍ଡରେ ସର୍ବସାଧାରଣ, ସର୍ବଧର୍ମର ମାନବମାନଙ୍କୁ ସୁବର୍ଣ୍ଣ ଠାକୁର ଭାବେ ଉଭାହୋଇ ଦର୍ଶନ ଦେଇଛନ୍ତି ଶ୍ରୀଜୀଉମାନେ। ଏହି ଦୁର୍ଲ୍ଲଭ ସୁବର୍ଣ୍ଣବେଶକୁ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି।

ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ଵାରଠାରେ ଦଣ୍ଡାୟମାନ ଥିବା ତ୍ରିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେଇଥାନ୍ତି।

ପ୍ରତିବର୍ଷ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହି ସୁନାବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନିରଥ ଉପରକୁ ଆସିଥାଏ।

ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।

Comment