ଓଡ଼ିଶାଲାଇଭ୍ ବ୍ୟୁରୋ

ଜୁଲାଇ ୧୮ରୁ ରାଜ୍ୟରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଲାଙ୍ଗିର, ସୋନପୁର, ଢେଙ୍କାନାଳ, କଟକ, ଭଦ୍ରକ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କିଛିଟା ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ।

ଦୁଇ ଦିନ ହେବ ରାଜ୍ୟରେ ଭୀଷଣ ଗରମ ସହ ଗୁଳୁଗୁଳି ଜାରି ରହିଛି। ଏହି ଗୁଳୁଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଲେଣି।

Comment