ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୫ ଜିଲ୍ଲାକୁ ସତର୍କ ଜାରି କରିଛି।

ସତର୍କ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲେ ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ଼। ଏହି ସ୍ଥାନଗୁଡ଼ିକରେ ଆଜି ସନ୍ଧ୍ୟା ୫ଟା ଯାଏଁ ବଜ୍ରପାତ ସହ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି।

ଝଡ଼ତୋଫାନ ସମୟରେ ଘରୁ ବାହାରକୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ କରିଛି।

Comment