ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦୁଝର ଜିଲ୍ଲାରେ ଭୟଙ୍କର ବଜ୍ରପାତ ଘଟିଛି। ଫଳରେ ତିନି ଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଛି।

ଆଜି ଅପରାହ୍‌ଣରେ କେନ୍ଦୁଝରରେ ହଠାତ୍ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ଫଳରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକର ବଡ଼ସିଆଳିମାଳ ଗାଁରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଠାକୁରପଡ଼ା ଗାଁରେ ବ୍ରପାତରେ ଜଣକର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Comment