ଓଡ଼ିଶାଲାଇଭ୍ ବ୍ୟୁରୋ

ସମାଜସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମଙ୍ଗଳବାର ଅପରାହ୍‌ଣରେ ପ୍ରକାଶ ରାଓଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲର ଜରୁରୀକାଳୀନ ଓ୍ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି।

ପ୍ରକାଶ ରାଓ ପେସାରେ ଜଣେ ଚା’ ଦୋକାନୀ। ଏଥିସହିତ ସେ କଟକର ଗରିବ ବସ୍ତି ପିଲାଙ୍କୁ ପାଠ ପଢ଼ାନ୍ତି। ସେଥିପାଇଁ ସେ ଏକ ସ୍କୁଲ ମଧ୍ୟ ପ୍ରତିଷ୍ଠା କରିଛନ୍ତି।

ଏଭଳି ସମାଜସେବା କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରକାଶ ରାଓଙ୍କ ପ୍ରଶଂସା କରିଥିଲେ।

ଚଳିତ ବର୍ଷ ମାର୍ଚ୍ଚ ୧୧ରେ ୬୦ ବର୍ଷିୟ ପ୍ରକାଶ ରାଓଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ସମାଜସେବାରେ ବିଶେଷ ଅବଦାନ ହେତୁ ରାଷ୍ଟ୍ରପତି ଭବନରେ ତାଙ୍କୁ ପଦ୍ମଶ୍ରୀ ପୁସ୍କାର ମିଳିଥିଲା।

Comment