ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବଜ୍ରପାତର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାସହ ରାଜ୍ୟରେ ୪ ଦିନ ଧରି ଲାଗି ରହିବ ବର୍ଷା। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ କୋହଲା ପାଗ ରହିବ। ଗୋଟିଲ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେନ୍ଦ୍ରାପଡ଼ା, ଜଗତସିଂହ ପୁର, ଭଦ୍ରକ, ପୁରୀ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଯାଜପୁରର କିଛିଟା ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Comment