ଓଡ଼ିଶାଲାଇଭ ବ୍ୟୁରୋ

ରାଜ୍ୟରେ ବର୍ଷାର ଅଭାବ। ଗତ ଦୁଇ ସପ୍ତାହରେ ରାଜ୍ୟରେ ଆବଶ୍ୟକ ପରିମାଣ ବର୍ଷା ହୋଇନି। ବର୍ଷାଦିନ ହୋଇଥିଲେ ମଧ୍ୟ ପାଗ ଶୁଖିଲା ରହିଛି। ବର୍ଷା ଅଭାବରୁ ପରିସ୍ଥିତି କଷ୍ଟକର ହୋଇଥିଲା ବେଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ।

ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ।

Comment