ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ୪୦ରୁ ୬୦ ମିଲିଲିଟର ଯାଏଁ ବର୍ଷା ହୋଇପାରେ। ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

କେରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ। କିଛିଟା ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆଜି ରାଜ୍ୟର ୧୮ଟା ଜିଲ୍ଲାରେ ସନ୍ଧ୍ୟା ସୁଦ୍ଧା ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here