ଓଡ଼ିଶାଲାଇଭ ବ୍ୟୁରୋ

କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ପରଲୋକ ଘଟିଛି। କଂଗ୍ରେସର ଏହି ବରିଷ୍ଠ ନେତ୍ରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୀଲାଙ୍କ ପରିବାର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ସମ୍ବେଦନା ଜଣାଇଛନ୍ତି।

ଦିଲ୍ଲୀ ବିକାଶରେ ଶୀଲା ଦୀକ୍ଷିତଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିପରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ, ବିଜେପି ନେତା ମନୋଜ ତିଓ୍ୱାରୀ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

୮୧ ବର୍ଷ ବୟସରେ ଦିଲ୍ଲୀର ଏକ୍ସର୍ଟ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ହେବ ଶୀଲା ଅସୁସ୍ଥ ଥିଲେ। ତାଙ୍କ ସ୍ୱାସ୍ଥ୍ୟ ଗୁରୁତର ହେବାରୁ ଶୁକ୍ରବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Comment