ଓଡ଼ିଶାଲାଇଭ୍ ବ୍ୟୁରୋ

ଏଣିକି ସ୍କୁଲ ବ୍ୟାଗ୍ ବୋଝରୁ ଛାତ୍ରଛାତ୍ରୀଙ୍କୁ ମୁକ୍ତି ମିଳିବ। ଏନେଇ ନ୍ୟାସନାଲ କମିଶନ ଫର ପ୍ରୋଟକ୍‌ସନ୍ ଅଫ ଚାଇଲ୍ହ ରାଇଟ୍ (ଏନ୍‌ସିପିସିଆର) ପୁଣିଥରେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ଶିକ୍ଷାବର୍ଷରୁ ସ୍କୁଲ ବ୍ୟାଗ୍ ଓଜନର ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବରୁ ଏହି ନିୟମ ଲାଗୁ କରାଯାଇଥିଲା। କିନ୍ତୁ ଏହି ନିୟମ ବର୍ତ୍ତମାନ କଡ଼ାକଡ଼ି କରିଛି ଏନ୍‌ସିପିସିଆର। ଯଦି ଏହି ନିୟମ ଉଲ୍ଲଂଘନ ହୁଏ, କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏନ୍‌ସିପିସିଆର।

ଭିନ୍ନ ଭିନ୍ନ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ସ୍କୁଲ ବ୍ୟାଗ୍ ଓଜନ କେତେ ରହିବ, ତାହା ସ୍ପଷ୍ଟ କରାଯାଇଛି।

ନିୟମିତ ଭାବେ ଛାତ୍ରଛାତ୍ରୀଙ୍କ ବ୍ୟାଗର ଓଜନ ଯାଞ୍ଚ, ଛାତ୍ରଛାତ୍ରୀମାନେ ବ୍ୟାଗ୍ ଦୁଇ କାନ୍ଧରେ ପକାଇଥିବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।

ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବ୍ୟାଗ୍‌ର ଓଜନ ୧.୫ କେଜିରୁ କମ୍‌ ରହିବ।

ବିଦ୍ୟାଳୟରେ ସେମାନଙ୍କୁ କେବଳ ମାତୃଭାଷା ଓ ଗଣିତ ବିଷୟରେ ଶିକ୍ଷା ଦିଆଯିବ। ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାଙ୍କୁ ହୋମୱାର୍କ ଦିଆଯିବ ନାହିଁ।

୩ୟରୁ ୫ମ ଶ୍ରେଣୀ ପିଲାଙ୍କ ବ୍ୟାଗ୍‌ର ଓଜନ ୨ରୁ ୩ କିଲୋ ରହିବ। ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଗଣିତ, ପରିବେଶ ବିଜ୍ଞାନ, ଇଂରାଜୀ ଓ ମାତୃଭାଷା ବିଷୟରେ ଶିକ୍ଷା ପ୍ରଦାନ କରାଯିବ।

ଷଷ୍ଠ ଓ ସପ୍ତମ ପିଲାଙ୍କ ବ୍ୟାଗ୍‌ର ଓଜନ ୪ କେଜି, ୮ମ ଓ ୯ମ ପିଲାଙ୍କ ବ୍ୟାଗ୍‌ର ଓଜନ ସାଢ଼େ ୪ କେଜି ଓ ଦଶମ ଶ୍ରେଣୀ ପିଲାଙ୍କ ବ୍ୟାଗର ଓଜନ ୫ କେଜିରୁ ଅଧିକ ହେବ ନାହିଁ।

Comment