ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପାଇଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସତର୍କ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, ନୂଆପଡ଼ା ଏବଂ ବଲାଙ୍ଗିର।

ଆଜି ଅପରାହ୍‌ଣ ୩.୧୫ରୁ ସନ୍ଧ୍ୟା ୭.୧୫ ମଧ୍ୟରେ ଏହି ସବୁ ସ୍ଥାନଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ଜାରି କରିଥିବା ବେଳେ ବର୍ଷା ଓ ଘଡ଼ଘଡ଼ି ସମୟରେ ବାହାରକୁ ନଯିବା ପାଇଁ ପରାମର୍ଶ କରିଛି।

Comment