ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ସନ୍ଧ୍ୟାରେ ରାଜ୍ୟର ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

ସତର୍କ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ ସେନାପୁର, ବୌଦ୍ଧ, ମୟୁରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର। ଏହି ସବୁ ସ୍ଥାନରେ ସନ୍ଧ୍ୟା ୬.୩୦ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ରର ଲାଟେଷ୍ଟ ବୁଲେଟିନ୍‌ରେ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୨୫ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comment