ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ପାଟକୁରା ବିଧାନସଭା ଆସନ ପାଇଁ ଆସନ୍ତାକାଲି ହେବ ଭୋଟ ଗଣତି। ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୨ ନମ୍ବର ହଲରେ ଭୋଟ ଗଣତି ହେବ। ଏଥିପାଇଁ ୨୦୦ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। କଡ଼ା ସୁରକ୍ଷା ବଳୟ ଭିତରେ ଇଭିଏମ୍‌ଗୁଡ଼ିକୁ ରଖାଯାଇଛି।

ପାଟକୁରାର ୩୦୯ଟି ବୁଥରେ ଗତ ୨୦ ତାରିଖରେ ହୋଇଥିଲା ଭୋଟ। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲା, ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କ ସମେତ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଆସନ୍ତାକାଲି ଗଣତିରୁ ଜଣାପଡ଼ିବ କାହାକୁ କେତେ ଭୋଟ ମିଳିଛି।

ମୋଟ ୧୮ ରାଉଣ୍ଡରେ ଭୋଟ ଗଣତି କରାଯିବ। ପ୍ରଥମେ ଡେରାବିଶ ବ୍ଲକର ଭୋଟ ଗଣତି କରାଯିବ। ପରେ ଗରଦପୁର ଓ ମାର୍ଶାଘାଇ ବ୍ଲକର ଭୋଟ ଗଣନା କରାଯିବାକୁ ବ୍ୟବସ୍ଥା ରହିଛି। ଭୋଟ ଗଣନା ବେଳେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରାଯିବ।

ଭୋଟ ଗଣତି କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା କେନ୍ଦ୍ରାପଡ଼ା ଏସ୍ ପି ନୀତିଶେଖର ସୂଚନା ଦେଇଛନ୍ତି।

Comment