ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରି ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି।  ଆସନ୍ତାକାଲିଠୁ ୪ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣପାଗ ବିଭାଗର ଲାଟେଷ୍ଟ ବୁଲେଟିନ୍‌ରେ ଏନେଇ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାର ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଜୁଲାଇ ୨୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ଜୁଲାଇ ୨୫ରୁ ୨୬ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୨୬ରୁ ୨୭ ମଧ୍ୟରେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ କଟକ, ଢେଙ୍କାନାଳ, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ସୋନପୁର, ବରଗଡ଼, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏଥିସହିତ ଯେଉଁ ମତ୍ସ୍ୟଜୀବିମାନେ ସମୁଦ୍ର ଭିତରେ ଅଛନ୍ତି, ସେମାନଙ୍କୁ ଜୁଲାଇ ୨୬ ସୁଦ୍ଧା ଉପକୂଳରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Comment